ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ଜଳମଗ୍ନ ରାଜଧାନୀ, ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା .ଭିଜିବ ସାରା ରାଜ୍ୟ

ଜଳମଗ୍ନ ରାଜଧାନୀ, ଲଘୁଚାପ ପ୍ରଭାବରେ ୪ ଦିନ ପ୍ରବଳ ବର୍ଷା .ଭିଜିବ ସାରା ରାଜ୍ୟ

ସକ୍ରିୟ ହୋଇଛି ମୌସୁମୀ ବର୍ଷା । ଦକ୍ଷିଣ-ପଶ୍ଚିମ ମୌସୁମୀ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରୀ ରହିଛି । ଜଳମଗ୍ନ ହୋଇପଡ଼ିଛି ଅଧିକାଂଶ ଜିଲ୍ଲା । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆଜି ସକାଳୁ ବର୍ଷା ଜାରୀ ରହିଛି ।ସୁଚନା ଅନୁସାରେ ରାଜ୍ୟର ଏକାଧିକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତା ୩ ଘଣ୍ଟା ପାଇଁ ୧୮ ଜିଲ୍ଲାକୁ ସତର୍କତା ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି । ଆସନ୍ତା ୭ ତାରିଖରୁ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଗଞ୍ଜାମ, ଗଜପତି, ନୟାଗଡ, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ସମ୍ବଲପୁର, ଝାରସୁଗୁଡା, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର, ବରଗଡ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର । ଏହି ଲଘୁଚାପ ଆଣିବ ବଡ ବର୍ଷା । ଉତ୍ତର ଓଡିଶା ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଝାଡଖଣ୍ଡ ଓ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

Related posts

ଆବାସିକ ବିଦ୍ୟାଳୟରେ ବହୁତ ଅନିୟମିତତା

Odisha Halchal

ତାଳଚେର ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଗ୍ନିକାଣ୍ଡ

Odisha Halchal

ଆସିଲା ଟେଲି ଅଭିନେତ୍ରୀ ରଶ୍ମୀରେଖାଙ୍କ ପୋଷ୍ଟମର୍ଟମ ରିପୋର୍ଟ

Odisha Halchal

Leave a Comment