ଓଡ଼ିଶା ଖବରଖେଳଦେଶ ବିଦେଶନ୍ୟୁଜ୍

ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମ୍ୟାଚ୍‌

ଓଡିଶା କ୍ରିକେଟ୍ ପ୍ରେମୀଙ୍କ ପାଇଁ ଖୁସିର ଖବର। ଶତ ପ୍ରତିଶତ କ୍ଷମତାକୁ ନେଇ ଖେଳ ଦେଖିବେ ଦର୍ଶକ । ଷ୍ଟାଡିୟମ୍‌ରେ ସମ୍ପୂର୍ଣ୍ଣ ସିଟ୍‌ରେ ଦର୍ଶକ ଖେଳ ଦେଖିବା ନେଇ ବିସିସିଆଇ ପକ୍ଷରୁ ଅନୁମତି ଦିଆଯାଇଥିବା ଜଣାପଡ଼ିଛି । ଜୁନ ୧୨ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍। ଦୁଇ ଦେଶ ମଧ୍ୟରେ ଏହି ମ୍ୟାଚ୍‌ ଖେଳାଯିବ । ଏ ନେଇ ପୂର୍ବରୁ ସୂଚନା ଦେଇଛନ୍ତି ଓସିଏ ସଂପାଦକ ସଞ୍ଜୟ ବେହେରା।

କରୋନା ମହାମାରୀ କାରଣରୁ ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଓ୍ଵେଷ୍ଟଇଣ୍ଡି ଟି-୨୦ ମ୍ୟାଚ୍‌ ଖେଳାଯାଇ ପାରିନଥିଲା। ଏହାପରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ ପାଇଁ ବିସିସିଆଇ ଆୟୋଜନ ସ୍ଥଳ ଘୋଷଣା କରିଛି। ଏଥିରୁ ଗୋଟିଏ ମ୍ୟାଚ୍ କଟକର ବାରବାଟୀରେ ଖେଳାଯିବ।

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ୍ ଆଇପିଏଲ ୨୦୨୨ ପରେ ଜୁନରେ ଖେଳାଯିବ। ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ର ଟି-୨୦ ସିରିଜ୍ ପାଞ୍ଚଟି ସ୍ଥାନରେ ଖେଳାଯିବ। ଟି-୨୦ ସିରିଜ୍ କଟକ, ବିଶାଖାପଟ୍ଟନମ, ଦିଲ୍ଲୀ, ରାଜକୋଟ ଏବଂ ଚେନ୍ନାଇରେ ଖେଳାଯିବ।

ସୂଚନାଯୋଗ୍ୟ, ବାରବାଟୀରେ ଫେବୃଆରୀ ୧୫ରେ ଭାରତ ଓ ଓ୍ଵେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍ ଖେଳାଯିବାର କାର୍ଯ୍ୟକ୍ରମ ଥିଲା। ତେବେ କରୋନା ଭାଇରସ୍‌ର ପ୍ରକୋପକୁ ଦୃଷ୍ଟିରେ ରଖି ବିସିସିଆଇ କ୍ରୀଡାସୂଚୀରେ କାଣ୍ଟଛାଣ୍ଟ କରିଥିଲା। ଦିନିକିଆ ଏବଂ ଟି-୨୦ ସିରିଜ୍ ଦୁଇଟି ସହର ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଏବଂ ଟି-୨୦ ସିରିଜ୍‌ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯାଇଛି।

Related posts

ଶୀଘ୍ର ଆସିବ 5G: ୪ ଲକ୍ଷ ୩୦ ହଜାର କୋଟି ଟଙ୍କାର ସ୍ପେକ୍ଟ୍ରମ୍ ନିଲାମ

Odisha Halchal

ଡଷ୍ଟବିନ୍ ପାଖରୁ ନବଜାତ ପୁତ୍ର ସନ୍ତାନ ଉଦ୍ଧାର

Odisha Halchal

ଗ୍ରାମାଞ୍ଚଳ କୁ କାହିଁକ ଡାକ୍ତର ମାନଙ୍କ ଘୃଣା ଭାବ

Odisha Halchal

Leave a Comment