ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

୨୪ ତାରିଖ ଯାଏଁ ପ୍ରବଳ ବର୍ଷା, ଉତ୍ତର ଓ ଦକ୍ଷିଣରେ ପ୍ରବଳ ଛେଚିବ

୨୪ ତାରିଖ ଯାଏଁ ପ୍ରବଳ ବର୍ଷା, ଉତ୍ତର ଓ ଦକ୍ଷିଣରେ ପ୍ରବଳ ଛେଚିବ

ଆସନ୍ତା ୨୪ ତାରିଖ ଯାଏ ରାଜ୍ୟରେ ନିର୍ଧୁମ ବର୍ଷିବ । ଓଡ଼ିଶା ଉପରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୨ରୁ ପ୍ରବଳ ବର୍ଷିବ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭାରି ବର୍ଷା ହେବ । ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ ଜାରି କରିଛି । ଏହାକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ସତର୍କ ସୂଚନା ଜାରି କରିଛନ୍ତି ।

ଝାଡ଼ଖଣ୍ଡ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗୁରୁବାର ରାଜ୍ୟରେ ବର୍ଷା ବଢ଼ିବ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ହେବାକୁ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ସକ୍ରିୟ ହେବ । ଏଥିପାଇଁ ୨୪ ତାରିଖ ଯାଏ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି । ୨୨ରେ ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ୨୩ରେ ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡା, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ପାଇଁ ପଶ୍ଚିମ ଓଡ଼ିଶାର ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସୋନପୁର, ବୌଦ୍ଧ, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ । ୨୨, ୨୩ ଓ ୨୪ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି ।

୨୪ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୂସ୍ଖଳନ ଆଶଙ୍କା ରହିଛି । କିଛି ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇପାରେ । ଏଥିପାଇଁ ସମସ୍ତ ଜିଲ୍ଲାପାଳ ପ୍ରସ୍ତୁତ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ଆଜି କେନ୍ଦ୍ରାପଡ଼ାରେ ୧୦.୪, କୋରାପୁଟରେ ୭, ବାରିପଦାରେ ୫, ଭୁବନେଶ୍ୱରରେ ୫.୮ ମିଲିମିଟର ବର୍ଷା ହୋଇଛି । ସେହିଭଳି କେନ୍ଦ୍ରାପଡ଼ାରେ ୧୩୫ମିମି, ପଟ୍ଟାମୁଣ୍ଡାଇରେ ୯୧, ପୁରୀରେ ୭୬ ଓ ବିରିଡ଼ିରେ ୬୨ମିଲିମିଟର ବର୍ଷା ହୋଇଛି ।

Related posts

ଗୁଣପୁରରେ ଶହୀଦ ଦିବସ ପାଳିତ

Odisha Halchal

ପ୍ରଧାନ ଶିକ୍ଷୟିତ୍ରୀଙ୍କ ଅକାଳ ବିୟୋଗରେ ଅଂଚଳରେ ଶୋକ ର ଛାୟା ଖେଳିଗଲା

Odisha Halchal

ଶସ୍ତା ହେବ ଖାଇବା ତେଲ ! ଦୁଇ ବର୍ଷ ପାଇଁ ଆମଦାନୀ ଶୁଳ୍କ ସମାପ୍ତ କଲେ ସରକାର

Odisha Halchal

Leave a Comment