ଅପରାଧଓଡ଼ିଶା ଖବରନ୍ୟୁଜ୍

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଜୀଅନ୍ତା ଜାଳିଦେଲା ଯୁବକ

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଜୀଅନ୍ତା ଜାଳିଦେଲା ଯୁବକ

ବୀଭତ୍ସ ଘଟଣା । ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଜୀଅନ୍ତା ଜାଳିଦେଲେ ଯୁବକ । ଶୌଚାଳୟ ଭିତରେ କିରୋସିନି ଢାଳି ମାରିଦେଇଛି ଯୁବକ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାରିଙ୍ଗିଆରେ ଗାଁରେ ଘଟିଛି ଏଭଳି ଅମାନୁଷିକ କାଣ୍ଡ ।

ଖବର ଅନୁଯାୟୀ, ରବିବାର ସକାଳ ସମୟରେ ବାରିଙ୍ଗିଆ ଗାଁର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ଶୌଚାଳୟ ଭିତରେ ଜୀଅନ୍ତ ପୋଡି ମାରିଦେଇଛି ଜଣେ ଯୁବକ । ମୃତ ଛାତ୍ରୀଙ୍କ ନିକଟରେ ପଡିଛି କଟା ଚୁଟି, ଲାଇଟର ଓ ବିଷ ବୋତଲ । ଏପିରିକି ଛାତ୍ରୀଙ୍କୁ ମାରିବା ପୂର୍ବରୁ ଚୁଟି କାଟିଥିଲେ ଅଭିଯୁକ୍ତ ।

ଏହାପରେ ଯୁବତୀଙ୍କୁ କିରୋସିନି ଢାଳି ମାରିଦେଇଛି ସେହି ଗାଁର ଦୟାନିଧି ଜେନା । ଏବେ ଯାଏଁ ଏହା ପଛର କାରଣ ଅସ୍ପଷ୍ଟ ରହିଛି । ସେପଟେ ଅଭିଯୁକ୍ତ ଯୁବକଙ୍କୁ ଅଟକ ରଖିଛନ୍ତି ଗ୍ରାମବାସୀ ।

Related posts

ମୁକେଶଙ୍କୁ ବଡ଼ ଝଟକା, ଭିଆଇପିର ୩ ବିଧାୟକ ବିଜେପିରେ ମିଶିଲେ

Odisha Halchal

ଆଇପିଏସ ସ୍ତରରେ ଅଦଳ ବଦଳ

Odisha Halchal

ଟ୍ରେନ୍‌ ଦୁର୍ଘଟଣା ମାମଲାରେ ତିନି ଜଣ ରେଳ କର୍ମଚାରୀ ଗିରଫ

Odisha Halchal

Leave a Comment