ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ନଭେମ୍ବରରେ ପୁଣି ଏକ ଘୂର୍ଣ୍ଣିବଳୟ, ୭ ସୁଦ୍ଧା ଏହା ନେଇପାରେ ଲଘୁଚାପ ରୂପ

ନଭେମ୍ବରରେ ପୁଣି ଏକ ଘୂର୍ଣ୍ଣିବଳୟ, ୭ ସୁଦ୍ଧା ଏହା ନେଇପାରେ ଲଘୁଚାପ ରୂପ

ନଭେମ୍ବରରେ ପୁଣି ଏକ ଘୂର୍ଣ୍ଣିବଳୟ ହେବାକୁ ଯାଉଛି । ନଭେମ୍ବର ୭ ସୁଦ୍ଧା ଏହା ଲଘୁଚାପ ରୂପ ନେଇପାରେ । ଅକ୍ଟୋବର ୩୧ରୁ ନଭେମ୍ବର ୨ ଯାଏ ଉତ୍ତର ଆଭ୍ୟନ୍ତରରେ ପାଗ ଆଂଶିକ ମେଘୁଆ ରହିବ ।

ଦକ୍ଷିଣ ଆଭ୍ୟନ୍ତରରେ ୧ ଓ ୨ରେ ଏବଂ ଉପକୂଳରେ ୨ ଓ ୩ରେ ପାଗ ମେଘୁଆ ରହିପାରେ । ୪ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରର ଉତ୍ତର ସୁମାତ୍ରା ପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ଡ. ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ।

ଆସନ୍ତା ୪ରୁ ୫ଦିନ ଯାଏ ରାଜ୍ୟରେ ଦିନ ଓ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Related posts

ମହଙ୍ଗା ପଡିଲା ୧୪୪ ଧାରା ଭାଙ୍ଗିବା, ୭୨ ମହିଳା ଅଟକ

Odisha Halchal

ପୋଲିସ ପକ୍ଷରୁ ଯାନବାହନ ଚେକିଂ କଡାକଡି

Odisha Halchal

ପଣସପଡିଆ ଛକଠାରେ ସିରିଜ ଦୁର୍ଘଟଣା

Odisha Halchal

Leave a Comment