ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅସାନି’, ପୁରୀଠୁ ୧୦୩୦ କିମି ଦୂରରେ

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅସାନି’, ପୁରୀଠୁ ୧୦୩୦ କିମି ଦୂରରେ

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଅସାନି। ଗଭୀର ଅବପାତ ଏବେ ବାତ୍ୟାର ରୂପ ନେଇଛି । ଏହା ଏବେ ପୁରୀରୁ ୧୦୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ତେବେ ମିଳିଥିବା ତଥ୍ୟ ଅନୁସାରେ, ବାତ୍ୟା ସମୁଦ୍ରରେ ପଳାଇବ। ଓଡ଼ିଶାକୁ ବିପଦ ନାହିଁ ।

ବାତ୍ୟାର ରୂପ ନେବା ପରେ ସମୁଦ୍ର ଭିତରେ ଏହାର ପ୍ରଭାବରେ ୧୦୫ ରୁ ୧୧୫ କିମି ବେଗରେ ପବନ ବହିବ । ଉତ୍ତର ପଶ୍ଚିମ ଦିଗରେ ଗତିକରୁଥିବା ବାତ୍ୟା ୧୦ ତାରିଖରୁ ଦିଗ ପରିବର୍ତ୍ତନ କରିବ । ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ । ତେବେ ଏହି ବାତ୍ୟା ଲ୍ୟାଣ୍ଡଫଲ କରିବ ନାହିଁ । ଓଡ଼ିଶା ହେଉ କି ଆନ୍ଧ୍ର, ବାତ୍ୟା କେଉଁଠି ବି ଲ୍ୟାଣ୍ଡଫଲ କରିବନି ବୋଲି ଆକଳନ କରିଛି IMD ।

ସ୍ଥଳଭାଗରୁ ବହୁ ଦୂରରେ ଅତିକ୍ରମ କରିବ ବାତ୍ୟା । ପ୍ରଭାବରେ ୧୦ ତାରିଖରୁ ଦୁଇ ଦିନ ଧରି ଓଡିଶା ଉପକୂଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ୯ ରୁ ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

Related posts

ଭଣ୍ଡ ସାରଥୀ ପରେ ଭଣ୍ଡ ମାତା

Odisha Halchal

ବର୍ଷା ଓ ବଜ୍ରାଘାତ ନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରୀ

Odisha Halchal

ପୁଲିସ ଆଇଆଇସି ରିଗଣ କିଣ୍ଡୋଙ୍କୁ ନେତୃତ୍ୱରେ ବିଭିନ୍ନ ସ୍ଥାନରେ ଚଢ଼ାଉ

Odisha Halchal

Leave a Comment