ଅପରାଧଓଡ଼ିଶା ଖବରନ୍ୟୁଜ୍

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍ ବିଭାଗ ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରା । ମନୋଜଙ୍କ ଘରେ ଭଇଜିଲାନ୍ସ ପକ୍ଷରୁ ରେଡ କରାଯାଉଛି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍ କରାଯାଉଛି । କଟକ ଓ ଭୁବନେଶ୍ୱରର ୪ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି ।

କଟକ ଗଣ୍ଡପୁରସ୍ଥିତ ଅଫିସ, କଟକ ମହାନଦୀ ବିହାର ସ୍ଥିତ ଦୁଇ ମହଳା ଘର, କଟକ ନେମାଳ ସ୍ଥିତ ପୈତୃକ ଘର, ପାହାଳରେ ମନୋଜଙ୍କ ସ୍ତ୍ରୀ ଦେବସ୍ମିତା ବେହେରାଙ୍କ ନାଁରେ ଥିବା ଘରେ ଚଢାଉ କରିଛି ଭିଜିଲାନ୍ସ ।

ତେବେ କଟକ ଭିଜିଲାନ୍ସ ଜଜଙ୍କ ୱାରେଣ୍ଟ ବଳରେ ଭିଜିଲାନ୍ସ ଚଢାଉ କରିଛି । ଏହି ଚଢାଉରେ ୪ ଜଣ ଡିଏସପି, ୮ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ହୋଇଛନ୍ତି ।

Related posts

ବଜ୍ରରାଜନଗର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

Odisha Halchal

ମହିଳାଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର।ପୋଲିସର ତନା ଘନା

Odisha Halchal

ବୌଦ୍ଧରେ ନୂତନ ଜିଲାପାଳଙ୍କ ଦାୟିତ୍ୱ ଗ୍ରହଣ

Odisha Halchal

Leave a Comment