ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

କାଳବୈଶାଖୀ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ୩୦-୪୦ କିଲୋମିଟର ବେଗରେ ବହିବ ପବନ

କାଳବୈଶାଖୀ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ୩୦-୪୦ କିଲୋମିଟର ବେଗରେ ବହିବ ପବନ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ସହିତ ବଜ୍ରପାତ ସମ୍ଭାବନା ରହିଛି ।

କାଳବୈଶାଖୀ ହେବା ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ଘୂର୍ଣ୍ଣିଝଡ ହେବାର ସମ୍ଭାବନା ରହିଛି । ସେହିପରି ଦେବଗଡ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ବଜ୍ରପାତର ଆଶଙ୍କା ରହିଛି ।

ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Related posts

ଯୌତୁକ ନିର୍ଯାତନା ଦେଇ ଘରୁ ତଡ଼ିବା ପରେ ସ୍ବାମୀର ଦ୍ବିତୀୟ ବିବାହ

Odisha Halchal

ହନୀଟ୍ରାପ୍‌ରେ ଫସିଲେ ଯବାନ, ପାକିସ୍ତାନୀ ସୁନ୍ଦରୀ ଏଜେଣ୍ଟକୁ ଗୋପନୀୟ ତଥ୍ୟ ଦେଇ ଗିରଫ

Odisha Halchal

ଜିଲ୍ଲା ବାସୀ ଙ୍କ ସପ୍ନ କେବେ ପୂରଣ ହେଵ ସନ୍ଦେହ

Odisha Halchal

Leave a Comment