ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ

ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ

ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଲଘୁଚାପ ଏବେ ୱେଲମାର୍କ ଲୋ ପ୍ରେସରେ ପରିଣତ ହୋଇଥିବା ବା ସୃଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଉତ୍ତର ପଶ୍ଚିମକୁ ଗତି କରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ୧୨ ଘଣ୍ଟାରେ ଅବପାତରେ ପରିଣତ ହେବା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ଅବପାତଟି ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟାରେ ରୂପାନ୍ତରିତ ହୋଇପାରେ । କ୍ରମେ ୧୦ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ । ତେବେ ଆଜି ଅବପାତରେ ପରିଣତ ହେବା ପରେ ଯାଇ ଅଧିକ ସ୍ପଷ୍ଟତା ଆସିପାରିବ ।

ବାତ୍ୟା କେଉଁ ଉପକୂଳ ଛୁଇଁବ ଏବଂ କେବେ ଛୁଇଁବ ସେନେଇ ଆକଳନ କରାଯାଇ ପାରିବ । ତେବେ ୯ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ଏନେଇ ୯ ତାରିଖ ପୂର୍ବରୁ ସମୁଦ୍ରରୁ ମତ୍ସଜୀବୀଙ୍କୁ ଫେରିଆସିବାକୁ ପରାମର୍ଶ ଦେଇଛନ୍ତି ।

Related posts

ମାଲକାନଗିରିରେ ପୁଣି ବଢିଲା ତୈଳ ଦର, ୧୧୬ ଡେଇଁଲା ପେଟ୍ରୋଲ ଦାମ୍

Odisha Halchal

ପୁଣି ଯୌତୁକ ନିର୍ଯାତନା

Odisha Halchal

63 ତମ ପୋଲିସ ସହିଦ ଦିବସ ପାଳିତ

Odisha Halchal

Leave a Comment