ଅପରାଧଓଡ଼ିଶା ଖବରନ୍ୟୁଜ୍

ପୁରୀ ପୋଲିସ କବ୍‌ଜାରେ ସାତ ଜଣିଆ ଆନ୍ତଃ ରାଜ୍ୟ ବନ୍ଧୁକ ବେପାରୀ

ପୁରୀ ପୋଲିସ କବ୍‌ଜାରେ ସାତ ଜଣିଆ ଆନ୍ତଃ ରାଜ୍ୟ ବନ୍ଧୁକ ବେପାରୀ

ପୁରୀ ପୋଲିସ କବ୍‌ଜାରେ ସାତ ଜଣିଆ ଆନ୍ତଃ ରାଜ୍ୟ ବନ୍ଧୁକ ବେପାରୀ ଗ୍ୟାଙ୍ଗ । ପୁରୀ ସହରରେ ବିଭିନ୍ନ ହତ୍ୟାକାଣ୍ଡ ଓ ଅପରାଧିକ କାର୍ଯ୍ୟକଳାପରେ ସଂପୃକ୍ତ ଥିଲେ ଏହି ଗ୍ୟାଙ୍ଗ । ସେମାନଙ୍କ ନିକଟରୁ ୪ଟି ବନ୍ଧୁକ, ୪ଟି ଜୀବନ୍ତ ଗୁଳି, ୨ଟି ମୋବାଇଲ ଓ ୨୫୦୦ ଟଙ୍କା ଜବତ କରିଛି ପୋଲିସ ।

ତେବେ ଏହି ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ତଥା ୭ଟି ମାମଲାରେ ସଂପୃକ୍ତ ଥିବା ସଦର ଥାନା ଅଞ୍ଚଳ ରେଣ୍ଡାଗଡର ଋଷିଆ ଓରଫ ରତିକାନ୍ତ ପରିଡ଼ା , ଶିରୁଳି ମହାବୀର ଅଞ୍ଚଳର ବିକି ଓରଫ ବିକ୍ରମ ପଣ୍ଡା, ନୟାଗଡ଼ ଖଣ୍ଡପଡ଼ାର ଅଶୋକ ସାହୁ, ୫ ଟି ମାମଲାରେ ସଂପୃକ୍ତ ଥିବା ନୂଆପାଟଣାର ଗୁଡୁ ଓରଫ ରୁଦ୍ରପ୍ରସାଦ ରାଉତ, ହାଡଗୋଡ଼ିଆ ସାହିର ରକି ଓରଫ ହରିଶ୍ଚନ୍ଦ୍ର ପୃଷ୍ଟି, ୬ ଟି ମାମଲାରେ ସଂପୃକ୍ତ ଥିବା ଖାକିମଠ ନୂଆ ସାହିର ଲୋକନାଥ ଦାଶ ଓ ବଉଳମଠ ଲେନର ରଞ୍ଜିତ କୁମାର ମହାନ୍ତି।

ସଦର, ଟାଉନ ଓ ବଳିଆପଣ୍ଡା ଥାନା ଅଞ୍ଚଳରୁ ଏହି ଅପରାଧୀଙ୍କୁ ଗିରଫ କରାଯାଇଛି। ଏହି ୭ ଜଣଙ୍କ ମଧ୍ୟରୁ ୨ ଜଣ ଚୋରା ବନ୍ଧୁକ ଯୋଗାଇବାରେ ସଂପୃକ୍ତ ଥିଲେ। ଏହି ବର୍ଷ ବର୍ତ୍ତମାନ ସୁଦ୍ଧା ୧୬ ଟି ବନ୍ଧୁକ ଜବତ ହୋଇଥିବା ଏସପି କେ.ବିଶାଲ ସିଂହ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

Related posts

କମ୍ପାନୀ ମାନଙ୍କ ମନ ମୁଖିରେ କୁକୁଡ଼ା ଚାଷି ହନ୍ତସନ୍ତ

Odisha Halchal

ପୁରୀ ମୁଖ୍ୟ କେନାଲରେ କୁମ୍ଭୀର ଆତଙ୍କ, ଭୟରେ ସ୍ଥାନୀୟ ବାସିନ୍ଦା

Odisha Halchal

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଓ ଅନ୍ୟ ଅଧିକାରୀ

Odisha Halchal

Leave a Comment