ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହାସହିତ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ତେବେ ଏହାକୁ ଦୃଷ୍ଟିରେ ରଖି ଏହି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related posts

ଦେଶୀ ଗାର୍ଲ ପ୍ରିୟଙ୍କା ଚୋପ୍ରା ଆହତ

Odisha Halchal

ଛତ୍ରପୁର ଥାନା ଏ ଏସ ଆଇଙ୍କୁ ସମ୍ଭର୍ଦ୍ଧନା

Odisha Halchal

ଗୋରୁ ବୋଝେଇ ଟ୍ରକକୁ ଜବତ କଲା ପୁଲିସ

Odisha Halchal

Leave a Comment