ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ଧିରେ ଧିରେ କମିଯିବ ଶୀତ, ୯ ତାରିଖ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା

ଧିରେ ଧିରେ କମିଯିବ ଶୀତ, ୯ ତାରିଖ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା

ରାଜ୍ୟରେ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି । ୯ ତାରିଖ  ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

ପଶ୍ଚିମା ଝଡ଼ ପ୍ରଭାବରେ ଏହି ବର୍ଷା ହୋଇପାରେ। ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର ଏବଂ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଅନ୍ୟପକ୍ଷେ, ଆଜିଠୁ ୨ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବାକୁ ଥିବାବେଳେ ୨ ଦିନ ପରେ ଧିରେ ଧିରେ ତାପମାତ୍ରା ବଢ଼ିପାରେ। ୩ରୁ ୫ଡିଗ୍ରୀ ତାପମାତ୍ରା ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ସେହିପରି ୧୦ ତାରିଖରେ ମଧ୍ୟ ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶୀତ ସାମାନ୍ୟ ବଢ଼ିବା ସହ ଆକାଶରେ କୁହୁଡ଼ି ମଧ୍ୟ ଫେରିଛି ।

ଆଗାମୀ ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦୃଶ୍ୟମାନ ହେବ । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱରରେ ଘନ କୁହୁଡ଼ିର ସମ୍ଭାବନା ରହିଛି । ଏଣୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Related posts

ଠିକାଦାର ଙ୍କ ମାରଣାତ୍ମକ ଅସ୍ତ୍ର ଚୋଟ ରେ ଶ୍ରମିକ ଆହତ

Odisha Halchal

ରେଲୱେ ଅଟୋଷ୍ଟାଣ୍ଡରୁ ଗଞ୍ଜେଇ ଚୋରା ଚାଲାଣ

Odisha Halchal

ସେମିଲିଗୁଡା ବ୍ଲକ ଠାରେ ଭୀମ ଭୋଇ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ

Odisha Halchal

Leave a Comment