ଅପରାଧଓଡ଼ିଶା ଖବରନ୍ୟୁଜ୍

ଭିଜିଲାନ୍ସ ରିମାଣ୍ଡରେ ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ

ଭିଜିଲାନ୍ସ ରିମାଣ୍ଡରେ ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ

ଭୁବନେଶ୍ୱର(ବ୍ୟୁରୋ :ଓଡିଶା ହାଲଚାଲ):- ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା ନବରଙ୍ଗପୁରର ପୂର୍ବତନ ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି ଭିଜିଲାନ୍ସ। ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କୋର୍ଟ।ରିମାଣ୍ଡ ସମୟରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ସମ୍ପର୍କରେ ଅଧିକ ଖୋଳତାଡ଼ କରିବ ଭିଜିଲାନ୍ସ। ପୂର୍ବରୁ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିଲେ। କୋଟି କୋଟି ଟଙ୍କା ବେଆଇନ ସମ୍ପତ୍ତି ଠୁଳ କରିଥିଲେ ପ୍ରଶାନ୍ତ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ବିଭାଗ । ଆୟଠାରୁ ୫୦୦% ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ତାଙ୍କଠାରୁ ୩ କୋଟିରୁ ଅଧିକ ନଗଦ ଟଙ୍କା ସହ ମୋଟ ୫ କୋଟି ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି।

ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ଜାଗାରେ ଚଢ଼ଉ ବେଳେ ପ୍ରଶାନ୍ତଙ୍କ କାନନବିହାର ଏଚ୍ଆଇଜି-୧୧୫ରେ ଥିବା ଘରୁ ୨କୋଟି ୩ଲକ୍ଷ ୫୦୦ ଟଙ୍କା ଜବତ କରାଯାଇଥିଲା। ଚଢ଼ଉ ବେଳେ ପ୍ରଶାନ୍ତ ୬ଟି ସିଲ୍ ପେଟି ଓ ଗୋଟିଏ ଆଟାଚି ଭର୍ତ୍ତି ଟଙ୍କା ପଡ଼ୋଶୀଙ୍କ ଛାତ ଉପରକୁ ଫିଙ୍ଗି ଦେଇଥିଲେ। ପଡ଼ୋଶୀ ମଧ୍ୟ ଏହି ଟଙ୍କା ପେଟି ଘରକୁ ନେଇ ଯାଇଥିଲେ। ଭିଜିଲାନ୍ସ ଅଧିକାରୀମାନେ ପଡ଼ୋଶୀଙ୍କ ଘର ଭିତରେ ପଶି ଟଙ୍କା ଜବତ କରିଥିଲେ। କୋଟି କୋଟି ଟଙ୍କା ଜବତ ହେବା ପ୍ରଚାର ହେବାପରେ ସ୍ଥାନୀୟ ବାସିନ୍ଦା ଦେଖିବା ଲାଗି ଘର ବାହାରକୁ ମଧ୍ୟ ଚାଲି ଆସିଥିଲେ।

ଖାଲି ଭୁବନେଶ୍ବର ନୁହେଁ, ନବରଙ୍ଗପୁର ସରକାରୀ କ୍ବାର୍ଟର୍ସରୁ ଦୁଇଟି ପର୍ଯ୍ୟାୟରେ ୮୮ ଲକ୍ଷ ୯୩ ହଜାର ୩୦୦ ଟଙ୍କା ଜବତ କରାଯାଇଥିଲା। ସେହିପରି ଚଢ଼ଉ ଜାରି ରହିଥିବା ବେଳେ ସନ୍ଧ୍ୟାରେ ଆଉ ୧୦ ଲକ୍ଷ ୩୭ ହଜାର ଟଙ୍କା ଭୁବନେଶ୍ବର କାନନବିହାର ଘରୁ ଜବତ କରାଯାଇଥିଲା। ଏହି ଟଙ୍କାକୁ ସେ ବହି ରୢାକ୍ ପଛପଟ କାନ୍ଥରେ ଲୁଚାଇ ରଖିଥିଲେ। ଏବେ ସୁଦ୍ଧା ୩କୋଟି ୨ ଲକ୍ଷ ୩୦ ହଜାର ୮୦୦ ଟଙ୍କା ଜବତ କରାଯାଇଥିଲା। ଚଢ଼ଉ ପାଇଁ ୯ଟି ଟିମ୍ ତିଆରି ହୋଇଥିଲା। ଦୁଇଜଣ ଅତିରିକ୍ତ ଏସ୍‌ପିଙ୍କ ନେତୃତ୍ବରେ ୭ଜଣ ଡିଏସପି, ୮ଜଣ ଇନ୍ସପେକ୍ଟର ସାମିଲ ହୋଇଥିଲ‌େ।

Related posts

ଶିଳ୍ପ ତାଲିମ କେନ୍ଦ୍ରରେ ରକ୍ତ ଦାନ ଶିବିର

Odisha Halchal

ସରିଆସିଲାଣି କୋଭିସିଲ୍ଡ ଷ୍ଟକ୍, ଆଉ ୨ ଦିନ ପର୍ଯ୍ୟନ୍ତ ହୋଇପାରିବ ଟିକାକରଣ

Odisha Halchal

ଫେକ୍ ସିମ୍ କାର୍ଡ ଜବତ ମାମଲା, ୩ ଅଭିଯୁକ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

Odisha Halchal

Leave a Comment