21 C
Bhubaneswar
Saturday, January 16, 2021
No menu items!
Home ରାଶିଫଳ ଶନିବାର ରାଶିଫଳ...

ଶନିବାର ରାଶିଫଳ…

ମେଷ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ବ୍ୟବସାୟରେ ଉନ୍ନତି ଓ ବ୍ୟବସାୟ ସମ୍ପ୍ରସାରଣ କରିବାରେ ଧ୍ୟାନ ଦେବେ । ପରିବହନ ବ୍ୟବସାୟରେ ଆଜି ଅଧିକ ଆୟ ହେବ । କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ପାଇବେ । ମୂଲ୍ୟବାନ ଧାତୁ କିମ୍ବା ଯାନବାହନ କ୍ରୟ କରିବେ ।

ବୃଷ: ଘାତବାର ହେତୁ ମନରେ ଅସ୍ଥିରତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଏବଂ ଘାତପ୍ରତିଘାତ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଆର୍ଥିକ ଅବସ୍ଥାରେ ପରିବର୍ତ୍ତନ ଦେଖାଦେବ । କର୍ମରେ ଆଶାତୀତ ସଫଳତା ପାଇବେ ଓ ସମସ୍ତଙ୍କର ଶ୍ରଦ୍ଧାଲାଭ କରିବେ । ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ ।

ମିଥୁନ : ମାନସିକ ଅସ୍ଥିରତା, ଶାରୀରିକ ପୀଡ଼ା ଓ ପରିବାରରେ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା, ହତୋତ୍ସାହ ଲାଗି ରହିବ । ଧନକ୍ଷତି ଓ ମୂଲ୍ୟବାନ ପଦାର୍ଥ ନଷ୍ଟ ହୋଇପାରେ । ଆର୍ଥିକ କାରବାର କଲାବେଳେ ସତର୍କ ରହିବେ ।

କର୍କଟ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା, ପ୍ରଶଂସା ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମାନସିକ, ପାରିବାରିକ ଶାନ୍ତି ଓ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ସ୍ୱଜନ, ପ୍ରିୟଜନଙ୍କ ସହ ସମ୍ପର୍କ ନିବିଡ଼ ହେବ ଓ ପୁରାତନ ବନ୍ଧୁଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ ।

ସିଂହ : ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ । ପରିବାରର ବ୍ୟୟଭାର ବହୁତ କମ୍‌ ରହିବ । କର୍ମରେ ଏକାଗ୍ରତା ଓ ଆନ୍ତରିକତା ଭାବ ବୃଦ୍ଧି ପାଇବ ଏବଂ ଅଟକିଥିବା କାମ ଆଜି ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ବ୍ୟବସାୟ କର୍ମରେ ଦୂରସ୍ଥାନକୁ ଯାତ୍ରା କରିବେ ।

କନ୍ୟା: ଏକାଦଶ ଚନ୍ଦ୍ର ହେତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ ହେବ ଏବଂ ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଚିନ୍ତା କରିବେ । କର୍ମରେ ଆଶାତୀତ ସଫଳତା ଓ ଦରମାରେ କିଛି ବୃଦ୍ଧି ଘଟିପାରେ । ଆକସ୍ମିକ ଧନଲାଭ କିମ୍ବା କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି ।

ତୁଳା : କର୍ମରେ ସଫଳତା ଓ କର୍ମ ପ୍ରତି ଏକାଗ୍ରତା ଏବଂ ଆନ୍ତରିକତା ଭାବ ବୃଦ୍ଧି ପାଇବ । ଆପଣଙ୍କର କର୍ମ କୁଶଳତା ସମସ୍ତଙ୍କୁ ଅଭିଭୂୂତ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ । ମନ ପ୍ରଫୁଲ୍ଲ ରହିବ ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ବିଛା : କର୍ମରେ ଅନାଗ୍ରହ ଓ ଆଳସ୍ୟତା ଭାବ ବୃଦ୍ଧି ପାଇବ । ପଦସ୍ଥ କର୍ମଚାରୀ ଅସନ୍ତୁଷ୍ଟ ହେବେ । ରାଜନୈତିକ ବ୍ୟକ୍ତି ଓ କ୍ଷମତାଶାଳୀ ବ୍ୟକ୍ତି ଆକ୍ରୋଶ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ । ମାନସମ୍ମାନ ହାନି ଓ ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ ।

ଧନୁ: ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । ଅଷ୍ଟମ ଚନ୍ଦ୍ର ହେତୁ କର୍ମରେ ବାଧାବିଘ୍ନ ଓ ବହୁବିଧ ସମସ୍ୟା ଦେଖାଦେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଧନକ୍ଷତି ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେବ ।

ମକର: ମୂଲ୍ୟବାନ ଧାତୁ କିମ୍ବା ବସନଭୂଷଣ କ୍ରୟ କରିପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ଆୟ ଉତ୍ତମ ହେବ । କର୍ମରେ ଆତ୍ମସନ୍ତୋଷ ଲାଭ କରିବେ ଓ ମହିଳା ସହକର୍ମୀଙ୍କ ସହଯୋଗ ପାଇବେ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କୁମ୍ଭ: ମନରେ ଉତ୍ସାହ, ଉଦ୍ଦୀପନା ଭାବ ଜାଗ୍ରତ ହେବ ଓ ସମସ୍ତ କର୍ମକୁ ସୁଚାରୁରୂପେ ସମ୍ପାଦନ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ । ପୁରାତନ ରୋଗରୁ ଆରୋଗ୍ୟ ହେବାର ବାଟ ମିଳିଯିବ ।

ମୀନ: ପଞ୍ଚମୀ ତିଥି ପଞ୍ଚମ ଚନ୍ଦ୍ର ହେତୁ ମାନ ସମ୍ମାନ ହାନି ଓ ଇତର ଜନଠାରୁ ଅପମାନ ପାଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମସ୍ଥାନରେ ଅପମାନ, ଅପଯଶ ପାଇବେ ଓ ସହକର୍ମୀଙ୍କ ସହ ବିବାଦ ଦେଖାଦେବ ।

LEAVE A REPLY

Please enter your comment!
Please enter your name here

Most Popular

ରବିବାରର ରାଶିଫଳ…

ମେଷ: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । ଏକାଦଶ ଚନ୍ଦ୍ର ହେତୁ ଆର୍ଥିକ ଅବସ୍ଥାରେ ଉନ୍ନତି ଦେଖାଦେବ । କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି କିମ୍ବ ଅନ୍ୟକୁ ଦେଇଥିବା...

କୋଭିଡ 19 ଟିକାକରଣ କେନ୍ଦ୍ର ଭାବରେ ଉତ୍କଳ ହସ୍ପିଟାଲ ମନୋନୀତ

ଭୁବନେଶ୍ୱର: ଦେଶବ୍ୟାପୀ କୋଭିଡ ଟୀକାକରଣ ଅଭିଯାନ ଆରମ୍ଭ ହୋଇଥିବା ବେଳେ ଏହାର ଅଂଶ ବିଶେଷ ଭାବରେ ଟିକିରୀର ଉସାପଡା ସ୍ଥିତ ଉତ୍କଳ ହସ୍ପିଟାଲକୁ ରାୟଗଡା ଜିଲ୍ଲା ପ୍ରଶାସନ ପକ୍ଷରୁ ଟିକିରି ଅଞ୍ଚଳ ପାଇଁ...

ରାଜ୍ୟକୁ ଫେରିଲା ଶୀତ

ଭୁବନେଶ୍ୱର: ରାଜ୍ୟକୁ ଫେରିଲା ଶୀତ । ମକର ପରେ ପୁଣି ଥରେ ଥଣ୍ଡା ଅନୁଭୂତ ହୋଇଛି । ଗତକାଲି ୯ଟି ସହରରେ ପାରଦ ୧୧ଡିଗ୍ରୀ ସେଲସିୟସ୍ ତଳେ ରହିଥିଲା । ଫୁଲବାଣୀରେ ୬...

ରାଜ୍ୟରେ ଆରମ୍ଭ ହୋଇଛି ଟୀକାକରଣ: ଫିଡ଼ବ୍ୟାକ ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି କରୋନା ଟିକାକରଣ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଟିକାକରଣର ଶୁଭାରମ୍ଭ ହୋଇଛି । ପ୍ରଥମେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଟିକା ନେଇଛନ୍ତି । ଏହାପରେ ସେ...

Recent Comments