ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା । ଆସନ୍ତାକାଲି ପାଇଁ ରାଜ୍ୟରେ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ଆବଶ୍ୟକ ପଦକ୍ଷେପ ନେବାକୁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ପ୍ରକାର ପରିସ୍ଥିତି ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦିଆଯାଇଛି ।ସେପଟେ ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ୍ କରି ସୂଚନା ଦେଇଛି ।

ତେବେ ଆଜି ସାରା ରାଜ୍ୟକୁ ମୌସୁମୀ ଅଗ୍ରସର ହୋଇଥିବା ଜଣାପଡିଛି ।ସୂଚନା ଅନୁସାରେ, ଜୁନ ୧୬ ତାରିଖରେ ଓଡିଶା ଛୁଇଁଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିଲା । ହେଲେ ପରେ ପାଗ ଅନୁକୂଳ ନଥିବାରୁ ମୌସୁମୀ ଆଗକୁ ବଢିପାରିନଥିଲା ।

ହେଲେ ଏବେ ପାଗ ଅନୁକୂଳ ରହିଛି । ଫଳରେ ଧୀରେ ଧୀରେ ସାରା ରାଜ୍ୟକୁ ମୌସୁମୀ ବାୟୁ ଛୁଇଁଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Related posts

ଶ୍ୟାମ ପ୍ରସାଦ ଡିଗ୍ରୀ କଲେଜ ଏମଭି ୭୯ ଠାରେ ଓଡିଆ ସାହିତ୍ୟ ପାଠଚକ୍ର କାର୍ଯ୍ୟକ୍ରମ

Odisha Halchal

କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ପରେ ଫୋପାଡି ଦିଆଯାଇଥିବା ସନ୍ଦେହ

Odisha Halchal

ଦୁଇ ବାଇକ ମୁହାଁମୁହିଁ ଧକ୍କା

Odisha Halchal

Leave a Comment