ଓଡ଼ିଶା ଖବରନ୍ୟୁଜ୍

ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିଲା ୬ଟି ବଗି

ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ, ଟ୍ରାକ୍‌ରୁ ଖସିଲା ୬ଟି ବଗି

କୋରାପୁଟ ଜିଲ୍ଲା ଭେଜା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହୋଇଛି। କୋରାପୁଟ ଷ୍ଟେସନଠାରୁ ୨୫ କିମି ଦୂରରେ ଏହି ଘଟଣା ଘଟିଛି।

ଟ୍ରେନ୍‌ଟି କିରଣ୍ଡୁଲରୁ କୋଇଲା ବୋଝେଇ କରି ବିଶାଖାପାଟଣା ଅଭିମୁଖେ ଯାଉଥିଲା। ଏହି ସମୟରେ ଭେଜା ନିକଟରେ ଟ୍ରେନ୍‌ଟି ଲାଇନଚ୍ୟୁତ ହୋଇଥିଲା। ଟ୍ରାକ୍‌ରୁ ୬ଟି ବଗି ଖସି ଯାଇଛି। ଟ୍ରେନ୍‌ଟି ଲାଇନଚ୍ୟୁତ ହେବା ପରେ ବିଶାଖାପାଟଣା-କିରନଡୁନ୍ ଏକ୍ସପ୍ରେସକୁ ବାତିଲ୍ କରାଯାଇଛି।

ତେବେ ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଘଟଣା ପରେ କୋରାପୁଟରୁ ବିଶାଖାପାଟଣା ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ରେଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

Related posts

ପଛୁଆବର୍ଗର ସାମାଜିକ ସ୍ଥିତି ପ୍ରଶିକ୍ଷଣ

Odisha Halchal

ହାତୀ ଆକ୍ରମଣରେ ୪ଜଣଙ୍କ ମୃତ୍ୟୁ

Odisha Halchal

ଫାଣ୍ଡି ଅଧିକାରୀ ଗଞ୍ଜେଇ ଚାଲାଣ କାରୀ ଙ୍କୁ ଛାଡ଼ିବା ହେଲା ମହଙ୍ଗା

Odisha Halchal

Leave a Comment