ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ରାଜ୍ୟରେ କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ୪୦-୫୦ କିମି ବେଗରେ ବହିବ ପବନ

ରାଜ୍ୟରେ କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ୪୦-୫୦ କିମି ବେଗରେ ବହିବ ପବନ

ଆସନ୍ତା ୪ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ମେ ୬ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଯାହାର ପ୍ରଭାବରେ ଆଗାମୀ ଏକ ସପ୍ତାହ ପର୍ଯ୍ୟନ୍ତ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ନୟାଗଡ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ହେବାର ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୦-୫୦ କିମି ବହିପାରେ ।

ସେହିପରି ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ଭଦ୍ରକ, ଯାଜପୁର ଓ କୋରାପୁଟର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି ।

ଏହାକୁ ଦୃଷ୍ଟିରେ ରଖି ୨୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ସହ କାଳବୈଶାଖୀ ସମୟରେ ବାହାରକୁ ନ ବାହାରିବା ପାଇଁ ଲୋକଙ୍କୁ।

Related posts

ବିଦ୍ୟାଳୟରେ ପୋଷାକ ବିତରଣ ମେଳା

Odisha Halchal

ରାଜ୍ୟର ପ୍ରଥମ ଗ୍ରାମୀଣ ସ୍ପେସ୍ ଲ୍ୟାବ୍କୁ ନେଇ ସାମ୍ବାଦିକ ସମ୍ମିଳନୀ

Odisha Halchal

ଐତିହାସିକ ବିଜୟ ଉତ୍ସବ ପାଳନ କଲେ ବିଧାୟକ

Odisha Halchal

Leave a Comment