ଓଡ଼ିଶା ଖବରନ୍ୟୁଜ୍ବିଶେଷ ଖବର

ସମ୍ଭାବ୍ୟ ବାତ୍ୟା ପାଇଁ ଅଧିକ ଅତ୍ୟାବଶ୍ୟକ ଜିନିଷ ମହଜୁଦ ରଖନ୍ତୁ ନାହିଁ

ସମ୍ଭାବ୍ୟ ବାତ୍ୟା ପାଇଁ ଅଧିକ ଅତ୍ୟାବଶ୍ୟକ ଜିନିଷ ମହଜୁଦ ରଖନ୍ତୁ ନାହିଁ

ବାତ୍ୟା ପାଇଁ ସତର୍କ ରୁହନ୍ତୁ ହେଲେ ଆତଙ୍କିତ ହୁଅନ୍ତୁ ନାହିଁ । ଅଯଥା ଅତ୍ୟାବଶ୍ୟକୀୟ ସାମଗ୍ରୀ ମହଜୁଦ ରଖନ୍ତୁ ନାହିଁ । ସମ୍ଭାବ୍ୟ ବାତ୍ୟା ନେଇ ଜନସାଧାରଣଙ୍କୁ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସତର୍କ କରିଛନ୍ତି । କାରଣ ବାତ୍ୟା ହେବା ନେଇ ଲୋକେ ଏବେଠୁ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ଆରମ୍ଭ କରିଦେଲେଣି ।

ଯାହାଫଳରେ ବଜାରରେ ଅଭାବ ଦେଖାଦେଇପାରେ । ଏହାସହିତ ଅସାଧୁ ବ୍ୟବସାୟୀ ଏହାର ଫାଇଦା ନେଇ ଦରବୃଦ୍ଧି କରିପାରନ୍ତି । ସରକାର ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ସମସ୍ତ ପ୍ରସ୍ତୁତି କରୁଛନ୍ତି ।

ଖାଦ୍ୟ ଯୋଗାଣ ବିଭାଗ ମଧ୍ୟ ବଜାର ଉପରେ କଡା ନଜର ରଖିଛନ୍ତି । ବଜାରରେ ସମସ୍ତ ପ୍ରକାର ଖାଦ୍ୟ ସାମଗ୍ରୀ ଓ ଅନ୍ୟାନ୍ୟ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ ରହିଛି । କଳାବଜାରୀ ଏବଂ ଅସାଧୁ ବ୍ୟବସାୟୀଙ୍କ ଉପରେ ତୀକ୍ଷଣ ନଜର ରଖାଯାଇଥିବା ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।

ସେହିପରି ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ସକାଳ ୫ଟା ୩୦ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ କରି ସୂଚନା ଦେଇଛି । ଏହି ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି ।

ଏହାର ପ୍ରଭାବରେ ସମାନ ଅଞ୍ଚଳରେ ୬ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Related posts

ପୂର୍ବ ଶତ୍ରୁତାରୁ ଠେଙ୍ଗାରେ ପିଟିପିଟି ହତ୍ୟା

Odisha Halchal

ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ଶିକ୍ଷକଙ୍କୁ ସମ୍ବର୍ଦ୍ଧନା

Odisha Halchal

ପାଣି ସମସ୍ୟାର ସମାଧାନ ପାଇଁ ଜନସାଧାରଣଙ୍କ ଆଗୁଆ ପ୍ରସ୍ତୁତି

Odisha Halchal

Leave a Comment